ଓଡ଼ିଶାପାଣିପାଗ

ଆଜିଠୁ ୧୦ ତାରିଖ ଯାଏ ଏହି ସବୁ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା

ରାଜ୍ୟକୁ ଆଉ ନାହିଁ ବର୍ଷାର ଭୟ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଆଉ ଦିନ କେଇଟା ପରେ ଓଡ଼ିଶାରୁ ସମ୍ପୂର୍ଣ୍ଣ ଭାବେ ଫେରିଯିବ ମୌସୁମୀ। ୯ ତାରିଖ ପରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ୱରର ପାଗ ଆଂଶିକ ମେଘୁଆ ରହିବା ନେଇ ସୂଚନା ରହିଛି।। ଦିନର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ ଡିଗ୍ରି ରହିପାରେ। ଆଜି ଓ ଆସନ୍ତା କାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ୭ ତାରିଖରୁ ସାରା ଓଡ଼ିଶାରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆଜିଠୁ ୧୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ତଥା ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପାଗ ମେଘୁଆ ରହିବା ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ଅପେକ୍ଷାକୃତ ଅଧିକ ବର୍ଷା ହେବ। ସେହିପରି ଜଗତସିଂହପୁର, କଟକ, ଖୋର୍ଧା ଓ ପୁରୀରେ ୭ ଓ ୮ ତାରିଖରେ ହାଲୁକା ବର୍ଷା ହୋଇପାରେ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ପାଗ ଆଂଶିକ ମେଘୁଆ ରହିବା ସହ ସ୍ଥାନେ ସ୍ଥାନେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି।

Show More

Related Articles

Back to top button