ପାଣିପାଗ

ଆସନ୍ତା ୧୫ ତାରିଖରୁ ଭିଜିବ ଓଡ଼ିଶା

ଆଜି ଆଣ୍ଡାମାନ ସାଗରରେ ସୃଷ୍ଟିହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଲଘୁଚାପରେ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ପ୍ରଭାବରେ ୧୫ ତାରିଖରୁ ଭିଜିବ ଓଡ଼ିଶା । ଦକ୍ଷିଣ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ । ୧୬ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାରେ ବର୍ଷା ହେବ । ୧୭ ଏବଂ ୧୮ ତାରିଖରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ ବିଭାଗ। ଅମଳ ଯୋଗ୍ୟ ହୋଇଥିବା ଧାନକୁ ଚାଷୀମାନେ ଯଥା ସମ୍ଭବ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବର୍ଷା ପରେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୩ ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏବେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିଛି । କିନ୍ତୁ ବାୟୁମଣ୍ଡଳରେ ଜଳୀୟ ବାଷ୍ପର ପରିମାଣ ନ ଥିବାରୁ ମେଘମୁକ୍ତ ଆକାଶ ରହିବା ସହ ସୂର୍ଯ୍ୟଙ୍କ ସିଧାସଳଖ ପ୍ରଖର କିରଣ ପାଇଁ ଦିନରେ ଗରମ ବା ତାତି ଅନୁଭୁତ ହେଉଛି ।

Show More

Related Articles

Back to top button