ଓଡ଼ିଶାପାଣିପାଗସ୍ୱତନ୍ତ୍ର

ଆସନ୍ତା ୨ଦିନରେ ବର୍ଷା ସମ୍ଭାବନା

ପଶ୍ଚିମା ଝଡର ପ୍ରଭାବ ଯୋଗୁଁ  ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଥିଲା ।

ଭୁବନେଶ୍ୱର: ପଶ୍ଚିମା ଝଡର ପ୍ରଭାବ ଯୋଗୁଁ  ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଥିଲା । ପାଗର ପରିବର୍ତ୍ତନ ଯୋଗୁଁ ଶୀତ ବଢିଛି ।   ଫେବୃଆରୀ ୯ ଏବଂ ୧୦ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଦିନ ମଧ୍ୟମ ଧରଣର ବର୍ଷା, ଝଡ ସହିତ ବଜ୍ରପାତ ଓ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା ଦିଆଯାଇଛି ।

ରାଜ୍ୟର ଉପକୂଳବର୍ତ୍ତୀ ଅଂଚଳରେ ଫେବୃଆରୀ ୧୦ ଏବଂ ୧୧ ତାରିଖରେ ଝଡ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି । ସୋମବାର ଠାରୁ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ଥିବା ବେଳେ ବର୍ଷା ଏବଂ ଝଡ ହେବା ଯୋଗୁଁ ରାତିର ତାପମାତ୍ରା କେତେକ ସ୍ଥାନରେ କମିବାର ସମ୍ଭାବନା ରହିଛି ।

ସେହିପରି ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳରେ ଘନ କୁହୁଡି ହେବ। କୁହୁଡି ଯୋଗୁ ବିଭିନ୍ନ ସ୍ଥାନରେ ଦୁର୍ଘଟଣାର ଆଶଙ୍କା ରହିଛି। ତେଣୁ ପରିବହନ ବ୍ୟବସ୍ଥା ଉପରେ ନଜର ରଖିବାକୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‍ କମିସନର ନିର୍ଦ୍ଦେଶ ଦେଇଛନ୍ତି।

Show More

Related Articles

Back to top button