Breaking PLUSଓଡ଼ିଶା
ଆସନ୍ତା ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି। ଆଉ ଏହି ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ବାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ଆସନ୍ତା ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତିଙ୍କ ଭବନ ତରଫରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ ।