Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ

ରାଜ୍ୟରେ ବର୍ଷା ଭଲ ଭାବେ କମି ନଥିବା ବେଳେ ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ। ଏ ନେଇ ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକି ରାଜ୍ୟରେ ଦେଖାଦେଇଥିବା ୧୧% ନିଅଣ୍ଟ ବର୍ଷା ସ୍ଥିତି କିଛି ମାତ୍ରାରେ ଭରଣା ‌ହୋଇପାରିବ ବୋଲି ଆଶା କରାଯାଉଛି। ତେବେ ୧୨ ଓ ୧୯ ତାରିଖ ଆଡ଼କୁ ବଙ୍ଗୋପସାଗର‌ରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତେଣୁ ଆସନ୍ତା ୧୨ ତାରିଖରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁଯାଇ ଆସନ୍ତା ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହି ଦୁଇଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ଯାଗୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହା ସେପ୍ଟେମ୍ବର ୧୬ ତାରିଖ ବେଳକୁ ହ୍ରାସ ପାଇବାର ସମ୍ଭାବନା ରହିଛି। ଏନେଉ ନେଇ ସର୍ତକତା ସୂଚନା ଦେଇଛି ପାଣିପାଗ ବିଭାଗ।

Show More

Related Articles

Back to top button