Breaking PLUSଓଡ଼ିଶାମୁଖ୍ୟ ଖବର

ଓଡିଶାରେ ଗଡିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଓଡ଼ିଶାରେ ଗଡ଼ିବାକୁ ଯାଉଛି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ କରାଯିବ। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିବ ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରି ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚିବ । ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଉ ଏବେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଗଡିବା ନେଇ ବେଶ୍ ଖୁସି ଅଛନ୍ତି ଲୋକେ।

Show More

Related Articles

Back to top button