Breaking PLUSଓଡ଼ିଶା

ଓଡିଶା ହାଇକୋର୍ଟର ନୂଆ ମୂଖ୍ୟ ବିଚାରପତି

ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବାକୁ ଯାଉଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଏନେଇ ସୁପ୍ରିମକୋର୍ଟ କଲେଜିୟମଙ୍କ ସୁପାରିସ କରିଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଅକ୍ଟୋବର ୩ ତାରିଖରୁ ହାଇକୋର୍ଟର ମୁଖ୍ୟ ବିଚାରପତି ପଦ ଖାଲି ପଡ଼ିଥିଲା । ତେବେ ଏନେଇ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ସଞ୍ଜୟ କିଶାନ କୌଶଲ ଓ ଜଷ୍ଟିସ ସଞ୍ଜିବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ ଆଜି ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଛନ୍ତି । ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀ ମାସରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ । ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

Show More

Related Articles

Back to top button