Breaking PLUSପାଣିପାଗ

କାଳ ବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା। ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଗତ କିଛି ଦିନ ହେବ ଲୋକ ମାନଙ୍କୁ ଖରାରୁ ଆସ୍ୱସ୍ତି ମିଳିଛି। ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରରେ ଓଡିଶାରେ କାଳବୈଶାଖୀ ହୋଇ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଅପ୍ରେଲ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କଳାହାଣ୍ଡି,କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ବୌଦ୍ଧ ପାଇଁ ମଧ୍ୟ ଓରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମାନଙ୍କରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ତେଣୁ ଏସବୁ ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୟେଲୋ ଓ ଅରେଞ ୱାର୍ଣ୍ଣିଂ ଜାରି ହୋଇଥିବା ସମସ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି।
ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ ଅପ୍ରେଲ ୨୮ ପର ଠାରୁ ପୁଣି ତାତି ବଢ଼ିବାର ଆଶଙ୍କା କରା ଯାଉଛି। ତେବେ ଆଜିଠାରୁ ଅପ୍ରେଲ ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ। ବଙ୍ଗୋପସାଗରରେ ଗୁରୁଚାପ ସକ୍ରିୟ ହେବାରୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ସ୍ବାଭାବିକଠାରୁ ଅଧିକ ତାପମାତ୍ରା ରହିବ। ସକାଳେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ସର୍ବାଧିକ ରହିଥିବା ବେଳେ ନବରଙ୍ଗପୁର ଝରିଗାଁରେ ସର୍ବାଧିକ ୨୨ମିମି ବର୍ଷା ରେକର୍ଡ କରାଯାଇଛି। ଏନେଇ ମତ ପ୍ରକାଶ କରିଛନ୍ତି ପାଣିପାଗ ବିଜ୍ଞାନୀ।

Show More

Related Articles

Back to top button