ପାଣିପାଗ

ଚାଷୀଙ୍କୁ ଘାରିଛି ବାତ୍ୟା ଭୟ

ଧାନ ଅମଳ ବେଳକୁ ଏବେ ଘାରିଲାଣି ସମ୍ଭାବ୍ୟ ବାତ୍ୟାର ଭୟ। ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଯାହାକି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ ସମ୍ଭାବ୍ୟ ବାତ୍ୟା ନେଇ ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ସତର୍କତା ଜାରି ହୋଇନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ କହିଛନ୍ତି। ଗ୍ଲୋବାଲ ଫରକାଷ୍ଟିଂ ସିଷ୍ଟମ ଆଉ ପାଦେ ଆଗକୁ ଯାଇ ବାତ୍ୟା ସୃଷ୍ଟି ହେବା ଏବଂ କେଉଁଠି ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ ସେନେଇ ପୂର୍ବାନୁମାନ କରିଛି। ଆକଳନ ଅନୁସାରେ, ଲଘୁଚାପ ଆସନ୍ତା ଡିସେମ୍ବର ୧ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ୪ ତାରିଖ ଯାଏଁ ଏହା ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ରିକର୍ଭ କରିବ। ତେବେ ଏହା ଡିସେମ୍ବର ୫ ତାରିଖରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟରେ ଅତିକ୍ରମ କରିପାରେ ବୋଲି ଆକଳନ କରାଯାଉଛି।

Show More

Related Articles

Back to top button