ପାଣିପାଗ

ଦୁଇ ଦିନ ପରେ ବଦଳିବ ପାଗ ଖସିବ ପାରଦ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ତି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ସୂଚନା ଅନୁଯାୟୀ, ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆକଳନ କରାଯାଇଛି। ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ସମ୍ଭାବନା ରହିଥିବା ବେଳେ ମଙ୍ଗଳବାର ଦିନ କୋରାପୁଟ, ଗଜପତି, ରାୟଗଡ଼ା ଓ ମାଲକାନଗିରିର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ଏହା ପରେ ୮  ତାରିଖ ବେଳକୁ ପାଖ ଶୁଖିଲା ରହିବା ସହ ପାଗରେ ପରିବର୍ତ୍ତନ ହେବ। ତେବେ ଆସନ୍ତା ୨ ଦିନ ରାଜ୍ୟର ପାଣିପାଗ ଅପରିବର୍ତ୍ତିତ ରହିବ। ଏହାପରେ ଧୀରେ ଧୀରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବ। ଫଳରେ ରାଜ୍ୟରେ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପା‌ଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button