Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା ଗତ ୨୪ ଘଣ୍ଟାରେ ୩୫ ହଜାର ୫୫୧ ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ଦେଶରେ ଧିରେ ଧିରେ କମୁଛି କରୋନା ସଂକ୍ରମଣ । ଦେଶରେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି।

ଦେଶରେ ଧିରେ ଧିରେ କମୁଛି କରୋନା ସଂକ୍ରମଣ । ଦେଶରେ ଗତକାଲି ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ଦେଶରେ ୨୪ ଘଣ୍ଟାରେ ୩୫ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୫୨୬ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୮ ହଜାର ୬୪୮ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫ ଲକ୍ଷ ୩୪ ହଜାର ୯୬୫କୁ ବୃଦ୍ଧି ପାଇଛି।୪ ଲକ୍ଷ ୨୨ହଜାର ୯୪୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୯ ଲକ୍ଷ ୭୩ ହଜାର ୩୭୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚ ସୂଚନା ମିଳିଛି।

Show More

Related Articles

Back to top button