Breaking PLUSସଂସଦ

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା

ନୂଆ ସଂସଦ ଭବନରେ ଉଡିଲା ତ୍ରିରଙ୍ଗା। ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ। ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଗଜଦ୍ୱାରରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଉପରାଷ୍ଟ୍ରପତି। ଏହି ଅବସରରେ ବାଚସ୍ପତି ଓମ୍ ବିର୍ଲା, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଓ ଭି ମୁରଳୀଧନରଙ୍କ ସମେତ ଉଭୟ ସଦନ ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଉପସ୍ଥିତ ଥିଲେ। ସୂଚନା ଅନୁସାରେ ଗଣେଶ ପୂଜାଠାରୁ ନୂଆ ସଂସଦ ଭବନରେ ଅଧିବେଶନ ଆରମ୍ଭ ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତାକାଲି ସେପ୍ଟେମ୍ବର 18 ରୁ ସେପ୍ଟେମ୍ବର 22 ତାରିଖ ପର୍ଯ୍ୟନ୍ତ ପାଞ୍ଚ ଦିନ ବ୍ୟାପୀ ସଂସଦର ସ୍ୱତନ୍ତ୍ର ଅଧିବେଶନ ବସିବ। ପୁରୁଣା ଭବନରେ ପ୍ରଥମ ଦିନର ଅଧିବେଶନରେ ଆଲୋଚନା ହେବ। ଏହାପର ଦିନ ଗଣେଶ ପୂଜାରେ ନୂଆ ସଂସଦ ଭବନରେ ଅଧିବେଶନ ଚାଲିବ।

Show More

Related Articles

Back to top button