ପାଣିପାଗ

ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟରେ ଆସନ୍ତା କାଲିଠୁ ବର୍ଷା

ପଶ୍ଚିମା ଝଡ଼ର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ଆସନ୍ତା କାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ପୂର୍ବାଳି ତରଙ୍ଗ ଯୋଗୁଁ ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପଧରଣ ବର୍ଷାର ହେବାର ସମ୍ଭାବନା ସହ ନଭେମ୍ବର ୫ ଯାଏଁ ବର୍ଷା ଜାରି ରହିବ ବୋଲି ଆକଳନ କରାଯାଇଛି। ଅନ୍ୟପଟେ ରାଜ୍ୟରେ ଚଳିତ ବର୍ଷ କମ୍‌‌ ଶୀତ ଅନୁଭୂତ ହେବ । ନଭେମ୍ବରଠାରୁ ଫେବୃଆରୀ ମାସ ପର୍ଯ୍ୟନ୍ତ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଏହାଦ୍ୱାରା ଯେଉଁ ପରିମାଣରେ ଥଣ୍ଡା ହେବା କଥା ତାହା ଅନୁଭୂତ ହେବ ନାହିଁ। ବିଶେଷ କରି ଡିସେମ୍ବର ଓ ଜାନୁଆରୀ ମାସରେ ରାଜ୍ୟରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହେଉଥିବା ବେଳେ ଚଳିତ ବର୍ଷ ଏଥିରେ ବିଲକ୍ଷଣ ଦେଖାଯିବ। ନଭେମ୍ବର ମାସ ଆରମ୍ଭ ହୋଇ ସାରିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଆରମ୍ଭ ହୋଇ ନାହିଁ ଓ ଏହି ପରିସ୍ଥିତି ଆହୁରି କିଛିଦିନ ଲାଗି ରହିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

Show More

Related Articles

Back to top button