ପାଣିପାଗ

ପୁଣି ବର୍ଷିବ ବର୍ଷା ସତର୍କତା ଜାରି କଲା ପାଣିପାଗ ବିଭାଗ

ଭୂବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ୨୯ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବା ପରେ ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଫଳରେ ୨୯ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ମାଲାକାନାଗିରି ଓ କୋରାପୁଟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏପରିକି କେତେକ ସ୍ଥାନରେ ୭୦ ରୁ ୧୧୦ ମିମି ବର୍ଷା ହୋଇପାରେ ବୋଲି ବିଭାଗ ଆକଳନ କରିଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲାକାନାଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ପରେ ୩୦ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀରର କେତେକ ସ୍ଥାନରେ ପ୍ରବଲ ବର୍ଷା ହେବାକୁ ଥିବା ବେଳେ ୧ ଓ ୨ତାରିଖରେ ବର୍ଷାର ପରିମାଣ ବଢ଼ିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେ ସବୁ ଜିଲ୍ଲା ହେଲା ମାଲାକାନାଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ରାୟଗଡା, ନୂଆପଡା, ଗଜପତି, କନ୍ଧମାଳ ଓ ସୁନ୍ଦରଗଡ ।

Show More

Related Articles

Back to top button