Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତିସଂସଦ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ଥିବା ବେଳେ ଆଜି ସନ୍ଧ୍ୟା ୭ଟା ୩୧ରେ ଦେହାନ୍ତ ହୋଇଛି। ଏନେଇ ତାଙ୍କ ପରିବାର ଲୋକଙ୍କ ଠାରୁ ସୂଚନା ମିଳିଛି।
ଖବର ଅନୁଯାଇ ସୂର୍ଯ୍ୟ ପାତ୍ର ଆଜି ସନ୍ଧ୍ୟାରେ ଅଚାନକ ଗୁରୁତର ହୋଇ ଯାଇଥିଲେ। ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର।
ସୂର୍ଯ୍ୟ ନାରାୟଣ ପାତ୍ର ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ ୭ ଥର ବିଧାୟକ ହୋଇଥିଲେ। ଏହାପରେ ମୋହନାରୁ ୪ ଥର ଓ ଦିଗପହଣ୍ଡିରୁ ୩ ଥର ବିଧାୟକ ହୋଇଥିଲେ। ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ହୋଇ ନିଜର ଦକ୍ଷତା ଦେଖାଇଥିଲେ। ଷୋଡ଼ଶ ବିଧାନସଭାରେ ସେ ୨୦୧୯ ଜୁନ୍‌ ୧ରୁ ୨୦୨୨ ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ବାଚସ୍ପତି ହୋଇଥିଲେ। ଗଂଜାମ ରାଜନୀତିରେ ସେ ଜଣେ ଚର୍ଚ୍ଚିତ ଚେହେରା ହୋଇ ରହିଥିବା ବେଳେ ତୃଣମୂଳ ସ୍ତରରେ ସେ ଜଣେ ଭଲ ସଂଗଠକ ଥିଲେ। ତାଙ୍କର ମୃତ୍ୟୁରେ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ହୋଇଛି।

Show More

Related Articles

Back to top button