Breaking PLUSଓଡ଼ିଶାପାଣିପାଗଶିକ୍ଷା

ପ୍ରବଳ ବର୍ଷା ଯୋଗୁଁ ସ୍କୁଲ ଛୁଟି

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ବଙ୍ଗୋପସାଗରରେ ସକ୍ରିୟ ହୋଇଥିବା ଲଘୁଚାପ  ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। କେଉଁଠି ମୂଷଳ ଧାରାରେ ବର୍ଷା ହେଉଛି ତ ଆଉ କେଉଁଠି ବାଦଲଫଟା ବର୍ଷା ଜାରି ରହିଛି । ଗତକାଲି ରାତିରୁ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିଛି। ଏପରି ପାଗ ଆଉ ଦୁଇ ଦିନ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ତେବେ, ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ  ସ୍କୁଲ ସମେତ ଅଙ୍ଗନବାଡିକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି।  ଏନେଇ ବଲାଙ୍ଗୀର ଜିଲ୍ଲାପାଳ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

ସକାଳ ୮ଟା ୩୦ ସୁଦ୍ଧା ବଲାଙ୍ଗୀରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଥିବା ବେଳେ ଆଜି ସକାଳ ୮ଟା ୩୦ ସୁଧା  ନବରଙ୍ଗପୁରରେ ୭୨ ମିମି  , ଗୋପାଳପୁରରେ ୫୫ ମିମି , ଛତ୍ରପୁରରେ ୫୪.୨ ମିମି  , ବଲାଙ୍ଗୀରରେ ୪୫ ଓ କୋରାପୁଟରେ  ୩୦.୪ ମିମି ବର୍ଷା ରେକର୍ଡ ହୋଇଛି।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ  କଳାହାଣ୍ଡି, ନୂଆପଡ଼ା ବଲାଙ୍ଗୀର, ବରଗଡ଼, କନ୍ଧମାଳ, ବୌଦ୍ଧ, ସୋନ୍‍ପୁର, ସମ୍ବଲପୁର, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।   ଏହିସବୁ ଜିଲ୍ଲାରେ ୭ ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ। ତେବେ ୧୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଭାରି ବର୍ଷା କାରଣରୁ ତଳିଆ ଅଞ୍ଚଳରେ ପାଣି ଜମିପାରେ ବୋଲି ଆଶଙ୍କା ମଧ୍ୟ ରହିଛି । ତେଣୁ ସବୁ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି (SRC) କହିଛନ୍ତି।

Show More

Related Articles

Back to top button