Breaking PLUSଓଡ଼ିଶା

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ଆର.କେ. ଶର୍ମା ହେଲେ କୃଷି ଉତ୍ପାଦନ କମିସନର, ଅନୁ ଗର୍ଗ ଓ ସତ୍ୟବ୍ରତ ସାହୁଙ୍କୁ ନୂଆ ବିଭାଗ ସହ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନୂଆ ନିଯୁକ୍ତି ମିଳିଛି। ସେହିପରି ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ଥିବା ଅନୁ ଗର୍ଗ ହୋଇଛନ୍ତି ଜଳ ସଂପଦ ବିଭାଗର ପ୍ରମୁଖ ସଚିବ। ଏହା ସହିତ ଅନୁ ଗର୍ଗଙ୍କ ହାତରେ ପୂର୍ବବତ୍ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ୱ ରହିବ।

ଖଣି ଓ ଇସ୍ପାତ ସଚିବ ହେଲେ ସୁରେନ୍ଦ୍ର କୁମାର ଓ ସିଡିଏ ଚେୟାରମ୍ୟାନ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଚିତ୍ରା ଅରୁମୁଗମ୍‌ ହେଲେ ଶ୍ରମ ବିଭାଗର ସଚିବ । ଏମ୍‌ଏସ୍‌ଏମ୍ଇ ବିଭାଗର ସଚିବ ଭାବେ ଦାୟିତ୍ବ ତୁଲାଇବେ ସତ୍ୟବ୍ରତ ସାହୁ । ଏହା ସହ ସତ୍ୟବ୍ରତଙ୍କୁ ସ୍କୁଲ ଓ ଗଣ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

Show More

Related Articles

Back to top button