Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ମହାମାରୀ କରୋନା କାଳରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି । ଏହାସହ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଅକ୍ଟୋବର ୧୬ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି । ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବାକୁ ଥିବା ବେଳେ । ୧୯ ତାରିଖ ରହିଛି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ।

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ନଭେମ୍ବର ୩ ତାରିଖରେ ଭୋଟ୍ ଗ୍ରହଣ କରାଯିବ । କୋଭିଡ୍ କଟକଣା ଭିତରେ ହେବ ନିର୍ବାଚନ । ନଭେମ୍ବର ୧୦ ତାରିଖରେ ଗଣତି ପରେ ଫଳାଫଳ ପ୍ରକାଶ ପାଇବ ।

ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ସହ ଉଷ୍ଣ ହୋଇଛି ରାଜନୈତିକ ପାଣିପାଗ । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି । ଏହି ଦୁଇଟି ଉପନିର୍ବାଚନରେ କେଉଁ ଦଳରୁ କିଏ ପ୍ରାର୍ଥୀ ହେବେ ତାକୁ ନେଇ ଏବେ ସବୁ ଆଶାୟୀ ପ୍ରାର୍ଥୀ ମାନଙ୍କ ମଧ୍ୟରେ ଚାଲିଛି ଜୋରଦାର ପ୍ରତିଯୋଗିତା ।

Show More

Related Articles

Back to top button