Breaking PLUSଓଡ଼ିଶାଦେଶବ୍ୟକ୍ତିତ୍ୱ

ଭଉଣୀର ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଏକମାତ୍ର କନ୍ୟା ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହଟ୍ଟାଙ୍କର ଶନିବାର ରାତିରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ପରଲୋକ ହୋଇଛି । ଏହି ଦୁଃଖ ଖବର ପାଇବା ପରେ ଭଉଣୀଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ସାନ ଭାଇ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବା ନେଇ ସୂଚନା ମିଳିଛି । ମୃତ୍ୟୁ ବେଳକୁ ଗୀତା ମେହେଟ୍ଟାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ମେହେଟ୍ଟା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ ଭାରତ ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ଏହାକୁ ପ୍ରତ୍ୟାଖ୍ୟାନ କରି ସେ ଚର୍ଚ୍ଚାକୁ ଆସିଥିଲେ ।

Show More

Related Articles

Back to top button