Breaking PLUSଓଡ଼ିଶାମୁଖ୍ୟ ଖବର

ମାଣ୍ଡିଆକୁ ମିଳିବ ବିଶ୍ୱ ମାନ୍ୟତା

ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ  । ଜନତା ମଇଦାନରେ ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁଷ୍ଟିଶସ୍ୟ ମାଣ୍ଡିଆର ବହୁଳ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ ୨୦୧୭ରେ ଓଡ଼ିଶା ମିଲେଟ ମିଶନ ଆରମ୍ଭ ହୋଇଥିଲା । ଏହି ଶସ୍ୟ ଯେକୌଣସି ଜଳବାୟୁ ଏବଂ ଭୂଭାଗରେ ଅମଳ ହେଉଥିବାରୁ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଏହା ବିଶେଷ ସାହାଯ୍ୟ କରିଥାଏ । ମିଲେଟ୍‌ ଚାଷରେ ସ୍ଵଳ୍ପ ପାଣି ବ୍ୟବହାର ହେଉଥିବାରୁ ଓ ଏହି ପ୍ରକ୍ରିୟାରେ ଅଙ୍ଗାରକାମ୍ଳ ଉତ୍ପନ କମ୍ ରହୁଥିବାରୁ ଏହା ପରିବେଶ ଅନୁକୂଳ । ୨୦୨୩ ବର୍ଷକୁ ଜାତିସଂଘ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ଘୋଷଣା କରି ଏହି ଶସ୍ୟପ୍ରତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏଥିଲାଗି ଜାତିସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃତଜ୍ଞତା ଜ୍ଞାପନ କରିଥିଲେ ।ପ୍ରତ୍ୟେକ ବର୍ଷ ଓଡ଼ିଶା ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରୁଛି । ଏହି ପୁଷ୍ଟିଶସ୍ୟର ପୁନରୁଦ୍ଧାର ସହିତ ଏହାକୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଓଡ଼ିଶା ସରକାର କାମ କରୁଛନ୍ତି । ପ୍ରତ୍ୟେକ ଲୋକଙ୍କ ଖାଇବା ଥାଳିରେ ମିଲେଟ୍ ଭଳି ସର୍ବୋତ୍ତମ ଖାଦ୍ୟ ପହଞ୍ଚାଇବାକୁ ଚେଷ୍ଟା କରାଯିବ । ମିଲେଟ୍‌ ଓ ମିଲେଟ୍‌ ଭିଭିକ ଉଦ୍ୟୋଗ ମାଧ୍ୟମରେ ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରିବା ଆମର ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ତେବେ ଓଡ଼ିଶାରେ ଏହାକୁ ବିଶେଷତଃ ଆଦିବାସୀମାନେ ଚାଷ କରି ଆସୁଛନ୍ତି । ସେମାନଙ୍କ ପାଇଁ ଏହି ମୂଲ୍ୟବାନ ଶସ୍ୟ ଆଜି ବି ବଞ୍ଚି ରହିଛି ଓ ବର୍ତ୍ତମାନର ପିଢ଼ି ପାଖରେ ପହଞ୍ଚିଛି । ଏହି ଅନନ୍ୟ ଶସ୍ୟ ଆଜିର ସମାଜରେ ତା’ର ଯୋଗ୍ୟ ସ୍ଵୀକୃତି ଫେରିପାଇବ ଏବଂ ସୁସ୍ଥ ଜୀବନଯାପନ କରିବାରେ ଆମ୍ଭମାନଙ୍କୁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Show More

Related Articles

Back to top button