Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ, 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବିଭିନ୍ନ କର୍ମଚାରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କଲେ ରାଜ୍ୟର ବିଭିନ୍ନ ସଂଗଠନର କର୍ମକର୍ତ୍ତା ମାନେ। ନବୀନ ନିବାସରେ ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କରି ଶୁଭେଚ୍ଛା ଜଣାଇବା ସହିତ ନିଜ ଦାବି ସମ୍ପର୍କରେ ଆଲୋଚନା କରିଛନ୍ତି । ଏଥିସହ ଓଡ଼ିଶାର ବିକାଶ ପାଇଁ କାମ ଜାରି ରଖିଥିବାରୁ ସେମାନେ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବିଭିନ୍ନ ବିଭାଗର ଉପଦେଷ୍ଟା, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା, ଭୁବନେଶ୍ୱର ମେୟର, କର୍ପୋରେଟର, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଏକାମ୍ର ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରମୁଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ସାକ୍ଷାତ କରି ଶୁଭେଛା ଜଣାଇବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ମଧ୍ୟ କରିଛନ୍ତି ।

Show More

Related Articles

Back to top button