Breaking PLUSଓଡ଼ିଶା

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସ୍ୱାକ୍ଷରିତ ହେଲା ଚୁକ୍ତିନାମା

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହେଉଛି । ନୂଆ ବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଆଜି ଦିଲ୍ଲୀ ମେଟ୍ରୋ ସହିତ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ ଅର୍ଥ ବିନିଯୋଗ ହେବ ଏହି ପ୍ରକଳ୍ପରେ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍‌‌ର ବରିଷ୍ଠ ଅଧିକାରୀ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏମ୍‌‌ଓୟୁ ସ୍ବାକ୍ଷର ହୋଇଛି। ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୬୨୫୫ ଟଙ୍କା ଖର୍ଚ୍ଚ କରାଯିବାକୁ ଥିବାବେଳେ ୪ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5T ଉପକ୍ରମରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଭୁବନେଶ୍ବର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍‌‌ ୨୦ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି।

Show More

Related Articles

Back to top button