Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ 45 ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ତାତି ୪୫ ଡିଗ୍ରୀ ଅତିକ୍ରମ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ରାଜ୍ୟର ୧୩ଟି ସହରରେ ତାପମାତ୍ରା ୪୩ ଡ଼ିଗ୍ରୀରୁ ଅଧିକ ରେକର୍ଡ କରାଯାଇଥିବା ବେଳେ ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି।
ଆଜି ବାରିପଦା ଏବଂ ବୌଦ୍ଧରେ ଚଳିତ ସିଜିନର ସର୍ବୋଚ୍ଚ ତାପମାତ୍ରା ୪୫.୨ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି। ଉଭୟ ସହରରେ ତାତି ୪୫ ଡିଗ୍ରୀ ଅତିକ୍ରମ କରିଛି। ସେହିପରି ନୂଆପଡାରେ ୪୪, ତାଳଚେର ଓ ବଲାଙ୍ଗୀରରେ ୪୩.୬, ନୟାଗଡ, ଅନୁଗୁଳ ଓ କେନ୍ଦୁଝରଗଡ଼ରେ ୪୩.୫ ଏବଂ ଝାରସୁଗୁଡ଼ାରେ ୪୩.୨ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button