Breaking PLUSଓଡ଼ିଶାମୁଖ୍ୟ ଖବର

ଲଖନପୁର ମହାନଦୀରେ ଡଙ୍ଗାବୁଡି ଘଟଣା, 5 ମୃତ

ଝାରସୁଗୁଡା:ଝାରସୁଗୁଡ଼ା ଜିଲା ଲଖନପୁର ମହାନଦୀରେ ଡଙ୍ଗା ବୁଡି ଘଟଣା। ଖୋଜାଖୋଜି ପରେ ଆଜି ସକାଳୁ ଆଉ ୪ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଶୁକ୍ରବାର ଜଣଙ୍କର ମୃତଦେହ ମିଳିଥିଲା। ତେବେ ବର୍ତ୍ତମାନ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ଶୁକ୍ରବାର ଲଖନପୁର ବ୍ଲକ ଶରଧା ନିକଟ ମହାନଦୀରେ ଡଙ୍ଗା ବୁଡିଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣ ନିଖୋଜ ରହିଥିଲେ। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ଏମାନେ ବରଗଡ ବାଞ୍ଜିପାଲିକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଥିଲା। ପ୍ରାୟ ୪୩ଜଣ ଲୋକଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ମାନେ ଉଦ୍ଧାର କରିଥିଲେ। ସେପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଅଘଟଣ ନେଇ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିବା ସହ ମୃତକଙ୍କ ‌ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି। ଉଦ୍ଧାର ସମସ୍ତ ଯାତ୍ରୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button