ଓଡ଼ିଶାପାଣିପାଗ

ଲଗାଣ ବର୍ଷା ଫଳରେ ବନ୍ୟା ପରିସ୍ଥିତି

ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଲଗାଣ ବର୍ଷା ପାଇଁ ଏବେ ଚାରିଆଡ ଜଳ ମଗ୍ନ ହୋଇପଡିଛି । ପଶ୍ଚିମ ଓଡ଼ିଶା, ଉପକୂଳ ଓଡ଼ିଶାରେ ଆଜି ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ତେଣୁ ସତର୍କ ରହିବାକୁ ଜିଲ୍ଲା ପ୍ରଶାସକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ୧୦ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଚ ଆଲର୍ଟ ଜାରି କରାଯାଇଛି । ସମସ୍ତ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଲଗାଣ ବର୍ଷା ଯୋଗୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଫ୍ଲାସ ଫ୍ଲଡ୍ ସ୍ଥିତି ଉପୁଜିପାରେ । ରାସ୍ତା କ୍ଷତିଗ୍ରସ୍ତ ହେବା ସହ କଚ୍ଚା ଘର ଭାଙ୍ଗିବା ଆଶଙ୍କା ରହିଛି । ତଳିଆ ଅଞ୍ଚଳ ଓ ସହର ମଧ୍ୟରେ ଜଳବନ୍ଦୀ ସ୍ଥିତି ଉପୁଜିବା ସହ ଟ୍ରାଫିକ ସମସ୍ୟା ଉପୁଜିପାରେ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ମୁଣ୍ଡଳୀ ବ୍ୟାରେଜ ଦେଇ ୭ ଲକ୍ଷ ୫୪ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପାଣି ଭର୍ତ୍ତି ହେବାରେ ଲାଗିଛି । ମହାନଦୀର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ରହିଛି । ଅନ୍ୟପଟେ ମୁଣ୍ଡଳୀଠାରେ ବିପଦ ସଂକେତ ୯୭ .୨୫ ଘନପୁଟ ରହିଥିବା ବେଳେ ବର୍ତ୍ତମାନ ୯୧.୭୦ ମୁଣ୍ଡଳୀର ଜଳସ୍ତର ରେ ରହିଛି । ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବଢିଚାଲିଛି । ଏହା ସହ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ବନ୍ୟାଜଳ । ଆଖୁଆପଦା ଆନିକଟ ନିକଟରେ ବିପଦ ସଂକେତ ୧୭.୮୩ ମିଟର ରହିଥିବା ବେଳେ ସକାଳ ୬ଟା ସୁଦ୍ଧା ଏହାର ଜଳସ୍ତର ୧୯.୮୮ ମିଟରରେ ପ୍ରବାହିତ ହେଉଛି । ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ବିଭିନ୍ନ ସ୍ଥାନରେ ଉଦ୍ଧାରକାରୀ ଟିମ୍ ନିୟୋଜିତ ହେବା ସହ ଉଦ୍ଧାର ଓ ରିଲିଫ କାର୍ଯ୍ୟ ସହିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ପ୍ରଶାସନ ତରଫରୁ ଗୁରୁତ୍ୱ ଦିଆଯାଉଛି ।

Show More

Related Articles

Back to top button