Breaking PLUSପାଣିପାଗମୁଖ୍ୟ ଖବର

ଲଘୁୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣିଂ

ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ି ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏଣୁ ଏହି ୭ଟି ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।ସେହିଭଳି ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ସୁବର୍ଣ୍ଣପୁର ଓ ଅନୁଗୁଳ ଜିଲ୍ଲାର କେତେକାଂଶରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ରାଜ୍ୟରେ ହାରାହାରି ୨୩.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୬.୯ ମିମି ତୁଳନାରେ ୨୪୨% ଅଧିକ । ସର୍ବାଧିକ ହାରାହାରି ବର୍ଷା କୋରାପୁଟ ଜିଲ୍ଲାରେ ୭୩.୮ ମିମି ରେକର୍ଡ ହୋଇଛି ।ଯାହାକି ସ୍ୱାଭାବିକ ବର୍ଷା ୯.୭ ମିମି ତୁଳନାରେ ୬୬୧% ଅଧିକ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏଥିସହ ୧ ଜୁନରୁ ୨୦ ସେପଟେମ୍ବର ମଧ୍ୟରେ ରାଜ୍ୟରେ ୧୦୪୧.୩ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୧୦୯୧.୧ ମିମି ତୁଳନାରେ ୫% କମ୍ । ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ୨ ଜିଲ୍ଲା ଯଥା ଝାରସୁଗୁଡ଼ା ବୌଦ୍ଧରେ ସର୍ବାଧିକ ଓ ୩ ଜିଲ୍ଲା ଯଥା ନବରଙ୍ଗପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରେ ନିଅଣ୍ଟିଆ ବର୍ଷା ରହିଛି ।

Show More

Related Articles

Back to top button