Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱାସ୍ଥ୍ୟ

ସ୍କ୍ରବ ଟାଇଫସରେ ପୁଣି 6 ରୋଗୀ ଚିହ୍ନଟ

ରାଜ୍ୟରେ ସ୍କ୍ରବ ଟାଇଫସ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହାର ପରିମାଣ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଏହି ଜିଲ୍ଲାରେ ଟାଇଫସ ରୋଗର ପଜିଟିଭ ସଂଖ୍ୟା ୨୫୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି ।ଗତକାଲି ଜିଲ୍ଲାରେ ୧୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୪କୁ ବୃଦ୍ଧି ପାଇଥିଲା । ଏହି ରୋଗରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ କେତେ ଜଣ ଗୁରୁତର ଅଛନ୍ତି । ସ୍ୱାସ୍ଥ୍ୟ ବିଭାଗ ଏନେଇ ସଚେତନ ରହି ଦୃଢ ଭାବରେ ଲଢିବାପାଇଁ ପରାମର୍ଶ ଦେଇଛନ୍ତି । ତେବେ ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ବଲାଙ୍ଗୀରରେ ମଧ୍ୟ ଏହି ରୋଗ ଅଣଆୟତ ହୋଇଗଲାଣି । ସେଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୧ରେ ପହଞ୍ଚିଛି ।

Show More

Related Articles

Back to top button