Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତିସଂସଦ

ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି କଂଗ୍ରେସରେ ଯୋଗଦେଲେ

୨୦୨୪ ସାଧାରଣ ନିର୍ବାଚନକୁ ନେଇ ପ୍ରସ୍ତୁତ ହେଉଛି ରାଜ୍ୟ କଂଗ୍ରେସ । ବହୁ ପ୍ରଶାସନିକ ଅଧିକାରୀଙ୍କୁ ଦଳରେ ସାମିଲ କରାଇଥିବା ବେଳେ ଏବେ କ୍ରୀଡ଼ାବିତଙ୍କୁ ମଧ୍ୟ ସାମିଲ କରିଛି ଦଳ । ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କି ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି । ଶ୍ରୀ ତିର୍କି କଂଗ୍ରେସ ଭବନର ମିଶ୍ରଣ ପର୍ବରେ ଯୋଗ ଦେଇଛନ୍ତି । ଏହି ଅବସରରେ ଦଳ ତରଫରୁ ତାଙ୍କୁ ସ୍ୱାଗତ ଜଣା ଯାଇଛି ।

ପ୍ରବୋଧଙ୍କ ସହ ଏକାମ୍ର ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା ପ୍ରସନ୍ନ କୁମାର ଞ୍ଚପତି ମଧ୍ୟ କଂଗ୍ରେସରେ ଯୋଗ ଦେଇଛନ୍ତି । ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରମୁଖଙ୍କ ଉପସ୍ଥିତରେ ସେ ଆଜି ଦଳରେ ଯୋଗ ଦେଇଥିବା ଦେଖିବାକୁ ମିଳିଛି ।

ଏହି ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ଯେ, ଆସନ୍ତା ସେପ୍ଟେମ୍ବର ୨୫ ରୁ ଅକଟୋବର ୧୫ ଯାଏ ‘ଘରେ ଘରେ କଂଗ୍ରେସ , ଘରେ ଘରେ ହାତ’ ନାମରେ ଅଭିଯାନ ଚାଲିବ । ଆଉ ପଦଯାତ୍ରା ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚିବ କଂଗ୍ରେସ । ସେହିପରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରର ବିଫଳତାକୁ ନେଇ କଂଗ୍ରେସ ଲୋକଙ୍କ ପାଖକୁ ଯିବ ବୋଲି ପିସିସି ସଭାପତି କହିଛନ୍ତି ।ତେବେ ଏକ ସମୟରେ ପ୍ରବୋଧ ଭାରତୀୟ ଦଳର ଅଧିନାୟକ ଭାର ସମ୍ଭାଳିଥିଲେ। ୨୦୦୭ରେ ତାଙ୍କ ନେତୃତ୍ବରେ ଭାରତୀୟ ଦଳ ଏସିଆ କପ୍ ଜିତିଥିଲା। ୧୬୧ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଥିବା ପ୍ରବୋଧ ଏକଲବ୍ୟ ପୁରସ୍କାର, ବିଜୁ ପଟ୍ଟନାୟକ ରାଜ୍ୟ କ୍ରୀଡ଼ା ସମ୍ମାନ ପାଇଥିଲେ। ଏୟାର ଇଣ୍ଡିଆରେ ଆହୁରି ୧୮ ବର୍ଷ ଚାକିରି ଥିବା ସତ୍ତ୍ବେ ସେ ଗତ ଜୁଲାଇ ୩୧ରେ ଅବସର ନେଇ ଗାଁକୁ ଚାଲି ଆସିଛନ୍ତି।

Show More

Related Articles

Back to top button