Breaking PLUSଓଡ଼ିଶା

୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି । ସେହି ଦୁଇଟି ପ୍ରକଳ୍ପ ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି । ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ  5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଏହି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ ।

Show More

Related Articles

Back to top button