Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୦୫ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା

ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୦୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯କୁ ବୃଦ୍ଧି ପାଇଛି ।

ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୦୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯କୁ ବୃଦ୍ଧି ପାଇଛି । ଦିନକରେ ୪୮ ହଜାର ୭୮୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪ ଲକ୍ଷ ୧୧ ହଜାର ୬୩୪କୁ ବୃଦ୍ଧି ପାଇଛି ।ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୩ ହଜାର ୨୫୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୩୩ କୋଟି ୫୭ ଲକ୍ଷ ୧୬ ହଜାର ୧୯ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ୩୩,୫୭,୧୬,୦୧୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୩୦ ତାରିଖ ସୁଦ୍ଧା ସମୁଦାୟ ୪୧,୨୦,୨୧,୪୯୪ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୧,୪୫୦ଟି ନମୁନା।

Show More

Related Articles

Back to top button