Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ରାଜ୍ୟରେ ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି ।

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ରାଜ୍ୟରେ ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି ।  ଆଜି ରାଜ୍ୟରେ ଆଉ ୧୧ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୩୩୧ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ଆଜି ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଭୁବନେଶ୍ୱର, କେନ୍ଦୁଝର, ଦେବଗଡ଼, ନୂଆପଡ଼ା, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ,ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Show More

Related Articles

Back to top button