Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣଙ୍କର ମୁଣ୍ଡ ଗଡାଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହୁଛି । ରାଜ୍ୟରେ ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୁଣ୍ଡ ଗଡାଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହୁଛି । ରାଜ୍ୟରେ ଆଜି ୧୫୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୁଣ୍ଡ ଗଡାଇଛି ମହାମାରୀ କରୋନା । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତ୍ୟୁବରଣ କରିଥିବା ୧୧ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ଓ କଟକରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, କନ୍ଧମାଳ, ନୂଆପଡା, ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button