Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି କରୋନା ବଢୁଛି ମୃତ୍ୟୁ, ରାଜ୍ୟରେ ଆଜି ଆଉ ୧୨ ଜଣଙ୍କର ଜୀବନ ନେଲା କରୋନା

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଭୁବନେଶ୍ୱର, ଝାରସୁଗୁଡା, ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନବରଙ୍ଗପୁର, ପୁରୀ, ସୁନ୍ଦରଗଡ, ସମ୍ବଲପୁର, କଟକ, ଗଞ୍ଜାମରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button