Breaking PLUSଓଡ଼ିଶାମୁଖ୍ୟ ଖବର
ଓଡ଼ିଶାରେ କମୁଛି କରୋନା, ଗତ 24 ଘଣ୍ଟା ମଧ୍ୟରେ 1220 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ
ଓଡିଶାରେ ଧିରେ ଧିରେ କରୋନା ସଂକ୍ରମଣ କମୁଛି । 24 ଘଣ୍ଟାରେ ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ 1220 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରୁ ଆଜି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 703 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ 517 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ରାଜ୍ୟରେ ଏ ପର୍ଯ୍ୟନ୍ତ 5077119 କରୋନା ନମୁନା ପରୀକ୍ଷଣ ହୋଇଛି । ଏଯାବତ 305000 ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ 291137 ଜଣ ସୁସ୍ଥ ହୋଇଛନ୍ତି । 12341 ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।