Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ସଂକ୍ରମଣ ବଢୁଛି ମୃତ୍ୟୁ, ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ସଂକ୍ରମଣ ସଂଖ୍ୟା ଦିନକୁ ଦିନ କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ସ୍ଥିର ରହିଛି । ରାଜ୍ୟରେ ଆଜି ୧୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି

ରାଜ୍ୟରେ ସଂକ୍ରମଣ ସଂଖ୍ୟା ଦିନକୁ ଦିନ କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ସ୍ଥିର ରହିଛି । ରାଜ୍ୟରେ ଆଜି ୧୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ପୁରୀରୁ ୩, ଭୁବନେଶ୍ୱର ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର ଅନୁଗୁଳ, ନୂଆପଡା, ବଲାଙ୍ଗୀରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button