ଦେଶସ୍ୱାସ୍ଥ୍ୟ

୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୩୪ ନୂଆ ସଂକ୍ରମଣ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ୧,୩୩୪ ନୂଆ ସଂକ୍ରମଣ ଚିହ୍ନଟ । ଦୀର୍ଘ ଦିନ ପରେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ଆଜି ସର୍ବନିମ୍ନ ହୋଇଥିବା ରେକର୍ଡ କରାଯାଇଛି। ଆଜି ମୃତ୍ୟୁ ସଂଖ୍ୟା ୧୬ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୧୨ଜଣଙ୍କ ମୃତ୍ୟୁ ସାମିଲ କରିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୩୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୪,୦୭୬ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୭୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୯୧,୯୦୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୧୯୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।

 

Show More

Related Articles

Back to top button