Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଦୈନିକ ମୃତ୍ୟୁ ସଂଖ୍ୟା ୧୩୪୧ ଛୁଇଁଲା

ଦେଶରେ ଦୈନିକ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୩୪ ହଜାର ୬୯୨ ଜଣ।

ଦେଶରେ ଦୈନିକ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୨ ଲକ୍ଷ ୩୪ ହଜାର ୬୯୨ ଜଣ। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୧୩୪୧ କରୋନା ଆକ୍ରାନ୍ତ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୫ ଲକ୍ଷ ୨୬ ହଜାର ୬୦୯କୁ ବୃଦ୍ଧି ପାଇଛି । ସେହିପରି ଏଯାଏଁ ମହାମାରୀ ଦେଶରେ ୧ ଲକ୍ଷ ୭୫ ହଜାର ୬୪୯ ଜୀବନ ନେଲାଣି।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୧,୨୩,୩୫୪। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୧ କୋଟି ୨୬ ଲକ୍ଷ ୭୧ ହଜାର ୨୨୦ ଆକ୍ରାନ୍ତ । ଆକ୍ଟିଭ୍ କେସ୍ ରହିଛି ୧୬ ଲକ୍ଷ ୭୯ ହଜାର ୭୪୦।

Show More

Related Articles

Back to top button