Breaking PLUSଦେଶ ବିଦେଶମୁଖ୍ୟ ଖବର

ଯାତ୍ରୀବସ୍‌-ଟ୍ରକ ମଧ୍ୟରେ ଭୟଙ୍କର ଦୁର୍ଘଟଣା, ଚାଲିଗଲା ୧୪ ଜଣଙ୍କ ଜୀବନ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍‌ ଓ ଟ୍ରକ ମଧ୍ୟରେ ଧକ୍କା । ଏହି ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ୫ଜଣରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ସେପଟେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ରବିବାର ଦିନ ସକାଳ ସମୟରେ ଆନ୍ଧ୍ରପ୍ରଦେଶର କର୍ନୁଲ ଜିଲ୍ଲାର ବେଦଦୁର୍ତି ମଣ୍ଡଳ ସ୍ଥିତ ମେଦାରପୁର ଗାଁ ନିକଟରେ ଏକ ଦୁର୍ଘଟଣା ଘଟିଛି । ଏକ ଯାତ୍ରାବାହୀ ବସ୍ ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଟ୍ରକ ସହ ଧକ୍କା ପରେ ବସ୍‌ଟି ଓଲଟିପଡିଥିଲା । ସେପଟେ ଦୁର୍ଘଟଣାର ଖବର ପାଇଁ ସ୍ଥାନୀୟ ପୋଲିସ , ପ୍ରଶାସନ ଓ ସାଧାରଣଲୋକ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ ।

ତେବେ ଏତେ ଭୟଙ୍କର ଦୁର୍ଘଟଣା ଯୋଗୁଁ ଘଟଣାସ୍ଥଳରେ ହିଁ ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ବ୍ୟକ୍ତିଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାଦ୍ୱାରା ମୋଟ ମୃତକଙ୍କ ସଂଖ୍ୟା ଦୁର୍ଘଟଣାରେ ୧୪ରେ ପହଞ୍ଚିଥିବା ବେଳେ ୪ଜଣ ଗୁରୁତର ରହିଛନ୍ତି । ସେମାନଙ୍କ ଚିକିତ୍ସା ବିଭିନ୍ନ ମେଡିକାଲରେ ଜାରି ରହିଛି ।

ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ । ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

Show More

Related Articles

Back to top button