Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଆଜି ଆଉ ୧୪୨୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪୨୨ ଜଣଙ୍କ ମୃତ୍ୟୁ ଘଟିଛି ।

ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪୨୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୮ ହଜାର ୧୩୫କୁ ବୃଦ୍ଧି ପାଇଛି । ଦିନକରେ ୫୩ ହଜାର ୨୫୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୯ ଲକ୍ଷ ୩୫ ହଜାର ୨୨୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨ ହଜାର ୮୮୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୮ ଲକ୍ଷ ୪୪ ହଜାର ୧୯୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୮ କୋଟି ୩୬ ହଜାର ୮୯୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More

Related Articles

Back to top button