Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜି ଆଉ ୧୬ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ ସୋମବାର ଆଉ ୧୬ଜଣଙ୍କ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ସୋମବାର ଆଉ ୧୬ଜଣଙ୍କ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆଜି ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି ସମ୍ବଲପୁରରୁ ୨ ଜଣ, ବାଲେଶ୍ବର, ବରଗଡ଼, ବୌଦ୍ଧ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ସୁନ୍ଦରଗଡରୁ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।