Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି

ରାଜ୍ୟରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button