Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି ।

ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୬ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୪ ଜଣ ରହିଛନ୍ତି। ନୟାଗଡ ଜିଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। କଟକ ଓ ବାଲେଶ୍ବର ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଜହତସିଂହପୁର, କଳାହାଣ୍ଡି ଓ ବରଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button