Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ; ୧୭ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ ବ୍ୟବହାର ହେଉଥିଲା। ସୂଚନା ଅନୁସାରେ, ରବିଭାର ଭୋର ପ୍ରାୟ ସାଢ଼େ ୫ଟାରେ ଏହି କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। ସେତେବେଳ ଲୋକମାନେ ଶୋଇଥିବାରୁ ଅଗ୍ନିକାଣ୍ଡ ସମ୍ପର୍କରେ ଜାଣିପାରି ନ ଥିଲେ। ଫଳରେ ନିଆଁ ଏବଂ ଧୂଆଁରେ ଅଣନିଃଶ୍ଵାସୀ ହୋଇ ଲୋକେ ପ୍ରାଣ ହରାଇଥିଲେ।