Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ୧୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି

ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଥିବାବେଳେ, ବଲାଙ୍ଗୀର, ଝାରସୁଗୁଡା, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ, ବୌଦ୍ଧ, ଜଗତସିଂହପୁର, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button