Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା, ବଢୁଛି ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଦିନକୁ ଦିନ ନୂଆ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି

ରାଜ୍ୟରେ ଦିନକୁ ଦିନ ନୂଆ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୨୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୪ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ଜଣଙ୍କ ଜୀବନ ନେଇଛି କରୋନା। ସଂପୃକ୍ତ ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, କଟକ ଜିଲ୍ଲାରୁ ୨ ଜଣ, ଅନୁଗୋଳ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button