Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ୧୭୯୩ ଜଣ ରୋଗୀ ଚିହ୍ନଟ

ରାଜ୍ୟରେ କମୁଛି ମହାମାରୀ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୭୯୩ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ରୋଗୀଙ୍କ ମଧ୍ୟରୁ ୧୦୩୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୬୨ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ କମୁଛି ମହାମାରୀ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୭୯୩ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ରୋଗୀଙ୍କ ମଧ୍ୟରୁ ୧୦୩୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୬୨ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ କୁ ବୃଦ୍ଧି ପାଇଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨ ଲକ୍ଷ ୭୭ ହଜାର ୮୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯ ହଜାର ୫୭୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨ ଲକ୍ଷ ୫୭ ହଜାର ୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button