Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ପୁଣି ୧୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ଧିରେ ଧିରେ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ପୁଣି ୧୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର, ମୟୂରଭଞ୍ଜ ଓ ଯାଜପୁରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାଛଡ଼ା ଢେଙ୍କାନାଳ, ଭଦ୍ରକ, ମାଲକାନଗିରି, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ଆଜି ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି ।

Show More

Related Articles

Back to top button