Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା ଆତଙ୍କ, ଗତ ୨୪ ଘଣ୍ଟା ମଧ୍ୟରେ ୧୯୦୪ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ କମୁଛି କରୋନା ରୋଗୀଙ୍କ ସଂଖ୍ୟା । ଧିରେ ଧିରେ ନୂଆ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବା ପରିଲିକ୍ଷିତ କରାଯାଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୦୪ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୬ଜଣ କ୍ବାରେଣ୍ଟାଇନ୍‌ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୮୯ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ କମୁଛି କରୋନା ରୋଗୀଙ୍କ ସଂଖ୍ୟା । ଧିରେ ଧିରେ ନୂଆ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବା ପରିଲିକ୍ଷିତ କରାଯାଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୦୪ ଜଣ ନୂଆ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୬ଜଣ କ୍ବାରେଣ୍ଟାଇନ୍‌ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୭୮୯ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୭୨,୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୯୦ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ଜଣ, ବୌଦ୍ଧ ଜିଲ୍ଲାରୁ ୨୪ଜଣ, କଟକ ଜିଲ୍ଲାରୁ ୧୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୩ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩୬ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୮ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୪୪ଜଣ, ସୋନପୁର ଜିଲ୍ଲାରୁ ୭୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୦ଜଣ, ଷ୍ଟେଟ ପୁଲ୍‌ରୁ ୪୩ଜଣ ରହିଛନ୍ତି ।

ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨,୭୨,୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧,୪୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨,୪୯,୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୧୧୭୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Tags
Show More

Related Articles

Back to top button
Close