ଓଡ଼ିଶାଶିକ୍ଷା

+୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ୨୫ ଯାଏ ଚାଲିବ ଆବେଦନ ଏବଂ ୩୦ରେ ଆସିବ ମେଧା ତାଲିକା । ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ଖାଲି ଥିବା ସିଟ୍ ପୂରଣ ପାଇଁ ପୁଣିଥରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ସାମସ ୱେବସାଇଟ୍ ରେ www.samsodisha.gov.in କମନ୍ ଆପ୍ଲିକେସନ ଫର୍ମ ଉପଲବ୍ଧ ହେବ ।

ଆବେଦନ ପାଇଁ ଯୋଗ୍ୟ ଛାତ୍ରଛାତ୍ରୀ ୨୫ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ । ୩୦ରେ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ନଭେମ୍ବର ୧ରୁ ୩ ମଧ୍ୟରେ ଅନୁଷ୍ଠିତ ହେବ । ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ଡାଟା ଅପ୍ ଡେଟେସନ୍ ନଭେମ୍ବର ୫ ସୁଦ୍ଧା କରାଯିବ । ୯ ତାରିଖରେ ସ୍ପଟ୍ ନାମଲେଖା ଲାଗି ମେଧା ତାଲିକା ପ୍ରକାଶ ପାଇବ । ଛାତ୍ରଛାତ୍ରୀ ୯ ଓ ୧୦ ତାରିଖରେ ନାମ ପଞ୍ଜୀକରଣ କରିବେ ଏବଂ ୧୧ ତାରିଖରେ ସ୍ପଟ୍ ନାମଲେଖା ପାଇଁ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ନଭେମ୍ବର ୧୧ ଓ ୧୨ରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ସ୍ପଟ୍ ନାମଲେଖା ଅନୁଷ୍ଠିତ ହେବ ।

Show More

Related Articles

Back to top button