Breaking PLUSଓଡ଼ିଶାମୁଖ୍ୟ ଖବର

ଲଖନପୁର ନୌକା ଦୁର୍ଘଟଣାରେ 2 ମୃତ, ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ବର: ଝାରସୁଗୁଡା ଜିଲା ଲଖନପୁରର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଘଟଣା ସ୍ଥଳରେ ଆରଡିସି, ଝାରସୁଗୁଡା ଜିଲାପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି।
ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କୁ ନିର୍ଦେଶ ଦେଇଛନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ୫ଜଣ ସ୍କୁବା ଡାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି।

ସୂଚନାଯୋଗ୍ୟ ଯେ ନୌକା ରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଞ୍ଚଳର ଏବଂ ବୁଲିବା ପାଇଁ ଅମ୍ବାଭୋନା ବ୍ଲକର ପଥର ସେନିକୁ ଯାଉଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button